୧ କରିନ୍ଥୀୟ 12

କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ।

1 Corinthians 12:14 (UKJV) For the body is not one member, but many.

12କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।

13ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ।

14କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ।

15ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ।

16ପୁଣି, କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.