14କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ।
15ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ।
16ପୁଣି, କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ।
17ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଶୁଂଘିବା କେଉଁଠାରେ?
18କିନ୍ତୁ ଈଶ୍ବର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି।