19ଆଉ, ଯଦି ସେ ସମସ୍ତ ଗୋଟିଏ ଅଙ୍ଗ ହୋଇଥାଆନ୍ତା, ତେବେ ଶରୀର କେଉଁଠାରେ?
20କିନ୍ତୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀର ଏକ।
21ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ।
22ବରଂ ଅନ୍ୟ ପକ୍ଷରେ ଶରୀରର ଯେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହିସବୁ ଏକାନ୍ତ ପ୍ରୟୋଜନୀୟ;
23ପୁଣି, ଶରୀରର ଯେଉଁ ସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅନାଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,