21ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ।
22ବରଂ ଅନ୍ୟ ପକ୍ଷରେ ଶରୀରର ଯେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହିସବୁ ଏକାନ୍ତ ପ୍ରୟୋଜନୀୟ;
23ପୁଣି, ଶରୀରର ଯେଉଁ ସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅନାଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,
24କିନ୍ତୁ ଆମ୍ଭମାନଙ୍କର ସୁନ୍ଦର ଅଙ୍ଗଗୁଡ଼ିକର ଶୋଭାଯୁକ୍ତ ହେବା ପ୍ରୟୋଜନ ନାହିଁ।
25ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ବର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି।