୧ କରିନ୍ଥୀୟ 12

ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ବର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି।

1 Corinthians 12:25 (UKJV) That there should be no division in the body; but that the members should have the same care one for another.

23ପୁଣି, ଶରୀରର ଯେଉଁ ସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅନାଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,

24କିନ୍ତୁ ଆମ୍ଭମାନଙ୍କର ସୁନ୍ଦର ଅଙ୍ଗଗୁଡ଼ିକର ଶୋଭାଯୁକ୍ତ ହେବା ପ୍ରୟୋଜନ ନାହିଁ।

25ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ବର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି।

26ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଆନନ୍ଦ କରନ୍ତି।

27ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.