୧ କରିନ୍ଥୀୟ 12

ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଆନନ୍ଦ କରନ୍ତି।

1 Corinthians 12:26 (UKJV) And whether one member suffer, all the members suffer with it; or one member be honoured, all the members rejoice with it.

24କିନ୍ତୁ ଆମ୍ଭମାନଙ୍କର ସୁନ୍ଦର ଅଙ୍ଗଗୁଡ଼ିକର ଶୋଭାଯୁକ୍ତ ହେବା ପ୍ରୟୋଜନ ନାହିଁ।

25ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ବର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି।

26ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଆନନ୍ଦ କରନ୍ତି।

27ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ।

28ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.