2ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୁଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ।
3ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ “ଯୀଶୁ ଅଭିଶପ୍ତ” ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ “ଯୀଶୁ ପ୍ରଭୁ” ବୋଲି କହିପାରେ ନାହିଁ।
4ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;
5ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ;
6କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ବର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି।