୧ କରିନ୍ଥୀୟ 12

ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି,

1 Corinthians 12:9 (UKJV) To another faith by the same Spirit; to another the gifts of healing by the same Spirit;

7କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ।

8କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,

9ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି,

10ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ।

11କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.