୧ କରିନ୍ଥୀୟ 13

ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍‍ ଝମ୍‍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।

1 Corinthians 13:1 (UKJV) Though I speak with the tongues of men and of angels, and have not love, I am become as sounding brass, or a tinkling cymbal.

1ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍‍ ଝମ୍‍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।

2ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।

3ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.