10କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ।
11ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି।
12କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା ଯେତେବେଳେ ଯୀଶୁ ପୁନର୍ବାର ଆସିବେ; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।
13ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ।