6ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;
7ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।
8ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।
9କାରଣ ଆମ୍ଭେମାନେ ଆଂଶିକ ଭାବେ ଜାଣୁ ଓ ଆଂଶିକ ଭାବେ ଭାବବାଣୀ କହୁ।
10କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ।