10ଜଗତରେ ହୋଇପାରେ ଅନେକ ପ୍ରକାର ଶବ୍ଦ ଅଛି, ପୁଣି କୌଣସି ଶବ୍ଦ ଅର୍ଥଶୂନ୍ୟ ନୁହେଁ।
11ଏଣୁ ମୁଁ ଯଦି ସେହି ଶବ୍ଦର ଅର୍ଥ ନ ବୁଝେ, ତେବେ ଯେ କହେ, ମୁଁ ତାହା ପ୍ରତି ବର୍ବର ପରି ହେବି, ଆଉ ସେ ମୋʼ ନିକଟରେ ବିଦେଶୀୟ ପରି ହେବ।
12ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆତ୍ମିକ ଦାନସବୁ ପାଇବାକୁ ଏକାନ୍ତ ଚେଷ୍ଟା କରୁଥିବାରୁ ମଣ୍ଡଳୀର ନିଷ୍ଠା ନିମନ୍ତେ ସେହିସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର।
13ଅତଏବ, ଯେ ପରଭାଷାରେ କଥା କହେ, ସେ ଯେପରି ଅର୍ଥ କରିପାରେ, ଏଥିନିମନ୍ତେ ପ୍ରାର୍ଥନା କରୁ।
14କାରଣ ମୁଁ ଯଦି ପରଭାଷାରେ ପ୍ରାର୍ଥନା କରେ, ତେବେ ମୋହର ଆତ୍ମା ପ୍ରାର୍ଥନା କରେ, କିନ୍ତୁ ମୋହର ମନ ଫଳହୀନ ହୁଏ।