14କାରଣ ମୁଁ ଯଦି ପରଭାଷାରେ ପ୍ରାର୍ଥନା କରେ, ତେବେ ମୋହର ଆତ୍ମା ପ୍ରାର୍ଥନା କରେ, କିନ୍ତୁ ମୋହର ମନ ଫଳହୀନ ହୁଏ।
15ତେବେ କର୍ତ୍ତବ୍ୟ କଅଣ? ମୁଁ ଆତ୍ମା ଦ୍ୱାରା ପ୍ରାର୍ଥନା କରିବି; ପୁଣି, ବୁଦ୍ଧି ସହିତ ମଧ୍ୟ ପ୍ରାର୍ଥନା କରିବି; ଆତ୍ମା ଦ୍ୱାରା ସ୍ତୁତିଗାନ କରିବି, ପୁଣି, ବୁଦ୍ଧି ସହିତ ମଧ୍ୟ ସ୍ତୁତିଗାନ କରିବି।
16ନତୁବା ତୁମ୍ଭେ ଯଦି ଆତ୍ମା ଦ୍ୱାରା ଧନ୍ୟବାଦ ଦିଅ, ତେବେ ସାଧାରଣ ଲୋକ ତୁମ୍ଭ କଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ୟବାଦରେ ଆମେନ୍ କହିବ?
17ଯେଣୁ ତୁମ୍ଭେ ଉତ୍ତମ ରୂପେ ଧନ୍ୟବାଦ ଦେଉଅଛ ସତ, କିନ୍ତୁ ସେହି ଅନ୍ୟ ଜଣର ଉନ୍ନତି ହୁଏ ନାହିଁ।
18ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ପରଭାଷାରେ କଥା କହେ ବୋଲି ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି;