୧ କରିନ୍ଥୀୟ 14

ଯେଣୁ ତୁମ୍ଭେ ଉତ୍ତମ ରୂପେ ଧନ୍ୟବାଦ ଦେଉଅଛ ସତ, କିନ୍ତୁ ସେହି ଅନ୍ୟ ଜଣର ଉନ୍ନତି ହୁଏ ନାହିଁ।

1 Corinthians 14:17 (UKJV) For you verily give thanks well, but the other is not edified.

15ତେବେ କର୍ତ୍ତବ୍ୟ କଅଣ? ମୁଁ ଆତ୍ମା ଦ୍ୱାରା ପ୍ରାର୍ଥନା କରିବି; ପୁଣି, ବୁଦ୍ଧି ସହିତ ମଧ୍ୟ ପ୍ରାର୍ଥନା କରିବି; ଆତ୍ମା ଦ୍ୱାରା ସ୍ତୁତିଗାନ କରିବି, ପୁଣି, ବୁଦ୍ଧି ସହିତ ମଧ୍ୟ ସ୍ତୁତିଗାନ କରିବି।

16ନତୁବା ତୁମ୍ଭେ ଯଦି ଆତ୍ମା ଦ୍ୱାରା ଧନ୍ୟବାଦ ଦିଅ, ତେବେ ସାଧାରଣ ଲୋକ ତୁମ୍ଭ କଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ୟବାଦରେ ଆମେନ୍‍ କହିବ?

17ଯେଣୁ ତୁମ୍ଭେ ଉତ୍ତମ ରୂପେ ଧନ୍ୟବାଦ ଦେଉଅଛ ସତ, କିନ୍ତୁ ସେହି ଅନ୍ୟ ଜଣର ଉନ୍ନତି ହୁଏ ନାହିଁ।

18ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ପରଭାଷାରେ କଥା କହେ ବୋଲି ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି;

19ତଥାପି ମୁଁ ଯେପରି ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେଇ ପାରେ, ଏଥିନିମନ୍ତେ ମଣ୍ଡଳୀରେ ପରଭାଷାରେ ଦଶ ହଜାର କଥା କହିବା ଅପେକ୍ଷା ବରଂ ବୁଦ୍ଧି ସହିତ ପାଞ୍ଚୋଟି କଥା କହିବାକୁ ଭଲ ପାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.