22ଏଣୁ ପରଭାଷାରେ କଥା କହିବା ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନସ୍ୱରୂପ ନୁହେଁ, ମାତ୍ର ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନସ୍ୱରୂପ; ଅନ୍ୟ ପକ୍ଷରେ ଭାବବାଣୀ କହିବା ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନସ୍ୱରୂପ ନୁହେଁ, ମାତ୍ର ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନସ୍ୱରୂପ।
23ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କଅଣ ସେମାନେ କହିବେ ନାହିଁ?
24କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ,
25ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ବର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ।
26ହେ ଭାଇମାନେ, ତେବେ କର୍ତ୍ତବ୍ୟ କଅଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି। ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ।