25ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ବର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ।
26ହେ ଭାଇମାନେ, ତେବେ କର୍ତ୍ତବ୍ୟ କଅଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି। ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ।
27ଯଦି କେହି ପରଭାଷାରେ କଥା କହେ, ତେବେ ଦୁଇ ଅବା ଅଧିକ ହେଲେ ତିନି ଜଣ ପାଳି ଅନୁସାରେ କହନ୍ତୁ, ଆଉ ଜଣେ ଅର୍ଥ କରୁ।
28କିନ୍ତୁ ଯଦି କୌଣସି ଅର୍ଥକାରକ ନ ଥାଏ, ତାହାହେଲେ ସେ ମଣ୍ଡଳୀରେ ନୀରବ ରହୁ ଓ ନିରୋଳାରେ ଈଶ୍ବରଙ୍କୁ କହୁ।
29ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ।