26ହେ ଭାଇମାନେ, ତେବେ କର୍ତ୍ତବ୍ୟ କଅଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି। ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ।
27ଯଦି କେହି ପରଭାଷାରେ କଥା କହେ, ତେବେ ଦୁଇ ଅବା ଅଧିକ ହେଲେ ତିନି ଜଣ ପାଳି ଅନୁସାରେ କହନ୍ତୁ, ଆଉ ଜଣେ ଅର୍ଥ କରୁ।
28କିନ୍ତୁ ଯଦି କୌଣସି ଅର୍ଥକାରକ ନ ଥାଏ, ତାହାହେଲେ ସେ ମଣ୍ଡଳୀରେ ନୀରବ ରହୁ ଓ ନିରୋଳାରେ ଈଶ୍ବରଙ୍କୁ କହୁ।
29ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ।
30କିନ୍ତୁ ଉପବିଷ୍ଟ ଅନ୍ୟ କାହାରି ପ୍ରତି ଯଦି କୌଣସି ବାକ୍ୟ ପ୍ରକାଶିତ ହୁଏ, ତାହାହେଲେ ପ୍ରଥମ ଜଣକ ନୀରବ ହେଉ।