27ଯଦି କେହି ପରଭାଷାରେ କଥା କହେ, ତେବେ ଦୁଇ ଅବା ଅଧିକ ହେଲେ ତିନି ଜଣ ପାଳି ଅନୁସାରେ କହନ୍ତୁ, ଆଉ ଜଣେ ଅର୍ଥ କରୁ।
28କିନ୍ତୁ ଯଦି କୌଣସି ଅର୍ଥକାରକ ନ ଥାଏ, ତାହାହେଲେ ସେ ମଣ୍ଡଳୀରେ ନୀରବ ରହୁ ଓ ନିରୋଳାରେ ଈଶ୍ବରଙ୍କୁ କହୁ।
29ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ।
30କିନ୍ତୁ ଉପବିଷ୍ଟ ଅନ୍ୟ କାହାରି ପ୍ରତି ଯଦି କୌଣସି ବାକ୍ୟ ପ୍ରକାଶିତ ହୁଏ, ତାହାହେଲେ ପ୍ରଥମ ଜଣକ ନୀରବ ହେଉ।
31କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି, ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହିପାର।