୧ କରିନ୍ଥୀୟ 14

କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ।

1 Corinthians 14:3 (UKJV) But he that prophesies speaks unto men to edification, and exhortation, and comfort.

1ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥିନିମନ୍ତେ ଏକାନ୍ତ ଚେଷ୍ଟା କର।

2କାରଣ ଯେ ପରଭାଷାରେ କଥା କହେ, ସେ ମନୁଷ୍ୟକୁ କଥା କହେ ନାହିଁ, କିନ୍ତୁ ଈଶ୍ବରଙ୍କୁ କହେ, ଯେଣୁ କେହି ତାହା ବୁଝେ ନାହିଁ, ମାତ୍ର ସେ ପବିତ୍ର ଆତ୍ମା ଦ୍ୱାରା ନିଗୂଢ଼ ବିଷୟ କହେ।

3କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ।

4ଯେ ପରଭାଷାରେ କଥା କହେ, ସେ ନିଜର ନିଷ୍ଠା ଜନ୍ମାଏ, କିନ୍ତୁ ଯେ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ।

5ତୁମ୍ଭେମାନେ ସମସ୍ତେ ଯେ ପରଭାଷାରେ କଥା କୁହ, ଏହା ମୋହର ଇଚ୍ଛା, କିନ୍ତୁ ତୁମ୍ଭେମାନେ ଯେ ଭାବବାଣୀ କୁହ, ଏହା ମୋହର ଅଧିକ ଇଚ୍ଛା; ଯେ ପରଭାଷାରେ କଥା କହେ, ସେ ଯଦି ମଣ୍ଡଳୀର ନିଷ୍ଠା ପ୍ରାପ୍ତି ନିମନ୍ତେ ଭାଷାର ଅର୍ଥ ନ କରେ, ତେବେ ତାହା ଅପେକ୍ଷା ଯେ ଭାବବାଣୀ କହେ, ସେ ଶ୍ରେଷ୍ଠ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.