30କିନ୍ତୁ ଉପବିଷ୍ଟ ଅନ୍ୟ କାହାରି ପ୍ରତି ଯଦି କୌଣସି ବାକ୍ୟ ପ୍ରକାଶିତ ହୁଏ, ତାହାହେଲେ ପ୍ରଥମ ଜଣକ ନୀରବ ହେଉ।
31କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି, ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହିପାର।
32ଭାବବାଦୀମାନଙ୍କ ଆତ୍ମା ଭାବବାଦୀମାନଙ୍କର ବଶୀଭୂତ।
33କାରଣ ଈଶ୍ବର ବିଶୃଙ୍ଖଳତାର ଈଶ୍ବର ନୁହଁନ୍ତି, ମାତ୍ର ଶାନ୍ତିର ଈଶ୍ବର।
34ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ।