34ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ।
35ସେମାନେ ଯଦି କୌଣସି ବିଷୟ ବୁଝିବାକୁ ଇଚ୍ଛା କରନ୍ତି, ତେବେ ଘରେ ଆପଣା ଆପଣା ସ୍ୱାମୀମାନଙ୍କୁ ପଚାରନ୍ତୁ, କାରଣ ମଣ୍ଡଳୀ ମଧ୍ୟରେ କଥା କହିବା ସ୍ତ୍ରୀଲୋକ ପକ୍ଷରେ ଲଜ୍ଜାଜନକ।
36କଅଣ? ଈଶ୍ବରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି?
37କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହିସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ।
38କିନ୍ତୁ କେହି ଯଦି ଜ୍ଞାତ ନ ହୁଏ, ତେବେ ସେ ଅଜ୍ଞାତ ରହୁ।