37କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହିସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ।
38କିନ୍ତୁ କେହି ଯଦି ଜ୍ଞାତ ନ ହୁଏ, ତେବେ ସେ ଅଜ୍ଞାତ ରହୁ।
39ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକାନ୍ତ ଚେଷ୍ଟା କର; ପୁଣି, ପରଭାଷାରେ କଥା କହିବାକୁ ମନା ନ କର।
40କିନ୍ତୁ ସମସ୍ତ ବିଷୟ ସୁନ୍ଦରତାରେ ଓ ଶୃଙ୍ଖଳତାନୁସାରେ କରାଯାଉ।