2କାରଣ ଯେ ପରଭାଷାରେ କଥା କହେ, ସେ ମନୁଷ୍ୟକୁ କଥା କହେ ନାହିଁ, କିନ୍ତୁ ଈଶ୍ବରଙ୍କୁ କହେ, ଯେଣୁ କେହି ତାହା ବୁଝେ ନାହିଁ, ମାତ୍ର ସେ ପବିତ୍ର ଆତ୍ମା ଦ୍ୱାରା ନିଗୂଢ଼ ବିଷୟ କହେ।
3କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ।
4ଯେ ପରଭାଷାରେ କଥା କହେ, ସେ ନିଜର ନିଷ୍ଠା ଜନ୍ମାଏ, କିନ୍ତୁ ଯେ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ।
5ତୁମ୍ଭେମାନେ ସମସ୍ତେ ଯେ ପରଭାଷାରେ କଥା କୁହ, ଏହା ମୋହର ଇଚ୍ଛା, କିନ୍ତୁ ତୁମ୍ଭେମାନେ ଯେ ଭାବବାଣୀ କୁହ, ଏହା ମୋହର ଅଧିକ ଇଚ୍ଛା; ଯେ ପରଭାଷାରେ କଥା କହେ, ସେ ଯଦି ମଣ୍ଡଳୀର ନିଷ୍ଠା ପ୍ରାପ୍ତି ନିମନ୍ତେ ଭାଷାର ଅର୍ଥ ନ କରେ, ତେବେ ତାହା ଅପେକ୍ଷା ଯେ ଭାବବାଣୀ କହେ, ସେ ଶ୍ରେଷ୍ଠ।
6ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କଅଣ ଉପକାର କରିବି?