6ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କଅଣ ଉପକାର କରିବି?
7ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ୱରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କଅଣ ବାଜୁଅଛି ବା ବୀଣାରେ କଅଣ ବାଜୁଅଛି, ତାହା କିପରି ଜଣାଯିବ?
8ପୁଣି, ତୂରୀ ଯଦି ଅସ୍ପଷ୍ଟ ଧ୍ୱନି କରେ, ତେବେ କିଏ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହେବ?
9ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ୱା ଦ୍ୱାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କଅଣ କହୁଅଛ, ତାହା କିପରି ଜଣାଯିବ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ।
10ଜଗତରେ ହୋଇପାରେ ଅନେକ ପ୍ରକାର ଶବ୍ଦ ଅଛି, ପୁଣି କୌଣସି ଶବ୍ଦ ଅର୍ଥଶୂନ୍ୟ ନୁହେଁ।