1ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;
2ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।
3କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,