11ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ।
12ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି?
13ଯଦି ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;
14ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ୱାସ ମଧ୍ୟ ବୃଥା,
15ପୁଣି, ଆମ୍ଭେମାନେ ଈଶ୍ବରଙ୍କ ସମ୍ବନ୍ଧରେ ଯେ ମିଥ୍ୟା ସାକ୍ଷୀ, ଏହା ପ୍ରକାଶ ପାଏ। କାରଣ ଆମ୍ଭେମାନେ ଈଶ୍ବରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇଅଛନ୍ତି ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାନ୍ତି;