15ପୁଣି, ଆମ୍ଭେମାନେ ଈଶ୍ବରଙ୍କ ସମ୍ବନ୍ଧରେ ଯେ ମିଥ୍ୟା ସାକ୍ଷୀ, ଏହା ପ୍ରକାଶ ପାଏ। କାରଣ ଆମ୍ଭେମାନେ ଈଶ୍ବରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇଅଛନ୍ତି ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାନ୍ତି;
16ଯେଣୁ ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;
17ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କର ବିଶ୍ୱାସ ନିଷ୍ଫଳ, ଆଉ ତୁମ୍ଭେମାନେ ଏପର୍ଯ୍ୟନ୍ତ ଆପଣା ଆପଣା ପାପରେ ଅଛ।
18ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ କରିଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି।
19ଯଦି କେବଳ ଏହି ଜୀବନ ନିମନ୍ତେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଅଛୁ, ତେବେ ସମସ୍ତ ମନୁଷ୍ୟଙ୍କଠାରୁ ଆମ୍ଭେମାନେ ଦୟନୀୟ ଅଟୁ।