20କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।
21କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି।
22ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ।
23କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;
24ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ଈଶ୍ବର ପିତାଙ୍କୁ ରାଜତ୍ୱ ସମର୍ପଣ କରିବେ।