23କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;
24ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ଈଶ୍ବର ପିତାଙ୍କୁ ରାଜତ୍ୱ ସମର୍ପଣ କରିବେ।
25କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ।
26ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ;
27କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ। ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହି ସବୁର ଅନ୍ତର୍ଗତ ନୁହଁନ୍ତି।