25କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ।
26ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ;
27କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ। ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହି ସବୁର ଅନ୍ତର୍ଗତ ନୁହଁନ୍ତି।
28ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ୱୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ବର ସର୍ବେସର୍ବା ହୁଅନ୍ତି।
29ମୃତମାନଙ୍କ ଉତ୍ଥାନ ନ ହେଲେ, ଯେଉଁମାନେ ମୃତମାନଙ୍କ ନିମନ୍ତେ ବାପ୍ତିଜିତ ହୁଅନ୍ତି, ସେମାନେ କଅଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ନ ହୁଅନ୍ତି, ତେବେ ସେମାନଙ୍କ ନିମନ୍ତେ ସେମାନେ କାହିଁକି ବାପ୍ତିଜିତ ହୁଅନ୍ତି?