୧ କରିନ୍ଥୀୟ 15

ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।

1 Corinthians 15:33 (UKJV) Be not deceived: evil communications corrupt good manners.

31ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି।

32ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ-ପଶୁମାନଙ୍କ ସଦୃଶ ଲୋକମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କଅଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”

33ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।

34ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ବରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।

35କିନ୍ତୁ କେହି କହିବ, ମୃତମାନେ କିପରି ଉତ୍ଥିତ ହୁଅନ୍ତି? କି ପ୍ରକାର ଶରୀରରେ ସେମାନେ ଆସନ୍ତି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.