33ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।
34ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ବରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।
35କିନ୍ତୁ କେହି କହିବ, ମୃତମାନେ କିପରି ଉତ୍ଥିତ ହୁଅନ୍ତି? କି ପ୍ରକାର ଶରୀରରେ ସେମାନେ ଆସନ୍ତି?
36ହେ ନିର୍ବୋଧ, ତୁମ୍ଭେ ନିଜେ ଯାହା ବୁଣ, ତାହା ନ ମଲେ ସଜୀବ ହୁଏ ନାହିଁ,
37ଆଉ, ଯାହା ତୁମ୍ଭେ ବୁଣ, ତାହା ଶରୀର ନୁହେଁ ଯାହା ଉତ୍ପନ୍ନ ହେବ, କିନ୍ତୁ ତାହା କେବଳ ଦାନାମାତ୍ର ଅଟେ, ତାହା ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ।