36ହେ ନିର୍ବୋଧ, ତୁମ୍ଭେ ନିଜେ ଯାହା ବୁଣ, ତାହା ନ ମଲେ ସଜୀବ ହୁଏ ନାହିଁ,
37ଆଉ, ଯାହା ତୁମ୍ଭେ ବୁଣ, ତାହା ଶରୀର ନୁହେଁ ଯାହା ଉତ୍ପନ୍ନ ହେବ, କିନ୍ତୁ ତାହା କେବଳ ଦାନାମାତ୍ର ଅଟେ, ତାହା ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ।
38କିନ୍ତୁ ଈଶ୍ବର ଆପଣା ଇଚ୍ଛାନୁସାରେ ତାହାକୁ ଶରୀର ଦିଅନ୍ତି, ଆଉ ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦେଇଥାଆନ୍ତି।
39ସମସ୍ତ ଶରୀର ଏକ-ପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକ-ପ୍ରକାର ଶରୀର, ପଶୁମାନଙ୍କର ଅନ୍ୟ ପ୍ରକାର ଶରୀର, ପୁଣି, ପକ୍ଷୀମାନଙ୍କର ଆଉ ଏକ-ପ୍ରକାର ଶରୀର ଓ ମତ୍ସ୍ୟମାନଙ୍କର ଅନ୍ୟ ପ୍ରକାର ଶରୀର।
40ଆକାଶସ୍ଥ ଶରୀର ଅଛି, ପୃଥିବୀସ୍ଥ ଶରୀର ମଧ୍ୟ ଅଛି, କିନ୍ତୁ ଆକାଶସ୍ଥ ଶରୀରର ଏକ-ପ୍ରକାର ତେଜ, ଆଉ ପୃଥିବୀସ୍ଥ ଶରୀରର ଅନ୍ୟ ପ୍ରକାର ତେଜ।