38କିନ୍ତୁ ଈଶ୍ବର ଆପଣା ଇଚ୍ଛାନୁସାରେ ତାହାକୁ ଶରୀର ଦିଅନ୍ତି, ଆଉ ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦେଇଥାଆନ୍ତି।
39ସମସ୍ତ ଶରୀର ଏକ-ପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକ-ପ୍ରକାର ଶରୀର, ପଶୁମାନଙ୍କର ଅନ୍ୟ ପ୍ରକାର ଶରୀର, ପୁଣି, ପକ୍ଷୀମାନଙ୍କର ଆଉ ଏକ-ପ୍ରକାର ଶରୀର ଓ ମତ୍ସ୍ୟମାନଙ୍କର ଅନ୍ୟ ପ୍ରକାର ଶରୀର।
40ଆକାଶସ୍ଥ ଶରୀର ଅଛି, ପୃଥିବୀସ୍ଥ ଶରୀର ମଧ୍ୟ ଅଛି, କିନ୍ତୁ ଆକାଶସ୍ଥ ଶରୀରର ଏକ-ପ୍ରକାର ତେଜ, ଆଉ ପୃଥିବୀସ୍ଥ ଶରୀରର ଅନ୍ୟ ପ୍ରକାର ତେଜ।
41ସୂର୍ଯ୍ୟର ଏକ-ପ୍ରକାର ତେଜ, ଚନ୍ଦ୍ରର ଅନ୍ୟ ପ୍ରକାର ତେଜ ଓ ନକ୍ଷତ୍ରମାଳାର ଅନ୍ୟ ପ୍ରକାର ତେଜ କାରଣ ତେଜରେ ଗୋଟିଏ ନକ୍ଷତ୍ର ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ।
42ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର। କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ;