୧ କରିନ୍ଥୀୟ 15

ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର। କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ;

1 Corinthians 15:42 (UKJV) So also is the resurrection of the dead. It is sown in corruption; it is raised in incorruption:

40ଆକାଶସ୍ଥ ଶରୀର ଅଛି, ପୃଥିବୀସ୍ଥ ଶରୀର ମଧ୍ୟ ଅଛି, କିନ୍ତୁ ଆକାଶସ୍ଥ ଶରୀରର ଏକ-ପ୍ରକାର ତେଜ, ଆଉ ପୃଥିବୀସ୍ଥ ଶରୀରର ଅନ୍ୟ ପ୍ରକାର ତେଜ।

41ସୂର୍ଯ୍ୟର ଏକ-ପ୍ରକାର ତେଜ, ଚନ୍ଦ୍ରର ଅନ୍ୟ ପ୍ରକାର ତେଜ ଓ ନକ୍ଷତ୍ରମାଳାର ଅନ୍ୟ ପ୍ରକାର ତେଜ କାରଣ ତେଜରେ ଗୋଟିଏ ନକ୍ଷତ୍ର ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ।

42ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର। କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ;

43ଅନାଦରରେ ବୁଣାଯାଏ, ଗୌରବାନ୍ୱିତ ହୋଇ ଉତ୍ଥିତ ହୁଏ; ଦୁର୍ବଳତାରେ ବୁଣାଯାଏ, ଶକ୍ତି ଦ୍ୱାରା ଉତ୍ଥିତ ହୁଏ;

44ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ। ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀରସୁଦ୍ଧା ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.