44ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ। ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀରସୁଦ୍ଧା ଅଛି।
45ଏହିପରି ଶାସ୍ତ୍ରରେ ମଧ୍ୟ ଲେଖାଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ।
46ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ।
47ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ।
48ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି, ଯେଉଁମାନେ ସ୍ୱର୍ଗୀୟ, ସେମାନେ ସ୍ୱର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ।