୧ କରିନ୍ଥୀୟ 15

ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ।

1 Corinthians 15:47 (UKJV) The first man is of the earth, earthy; the second man is the Lord from heaven.

45ଏହିପରି ଶାସ୍ତ୍ରରେ ମଧ୍ୟ ଲେଖାଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ।

46ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ।

47ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ।

48ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି, ଯେଉଁମାନେ ସ୍ୱର୍ଗୀୟ, ସେମାନେ ସ୍ୱର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ।

49ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.