୧ କରିନ୍ଥୀୟ 15

ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା।

1 Corinthians 15:49 (UKJV) And as we have borne the image of the earthy, we shall also bear the image of the heavenly.

47ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ।

48ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି, ଯେଉଁମାନେ ସ୍ୱର୍ଗୀୟ, ସେମାନେ ସ୍ୱର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ।

49ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା।

50ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତ-ମାଂସ ଈଶ୍ବରଙ୍କ ରାଜ୍ୟ ଅଧିକାର କରିପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ।

51ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.