51ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,
52କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନୀରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା।
53କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ।
54କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ସଫଳ ହେବ,
55“ଜୟ ମୃତ୍ୟୁକୁ ଗ୍ରାସ କରିଅଛି।” “ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼?”