53କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ।
54କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ସଫଳ ହେବ,
55“ଜୟ ମୃତ୍ୟୁକୁ ଗ୍ରାସ କରିଅଛି।” “ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼?”
56ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା;
57କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।