5ସେ କୈଫାଙ୍କୁ, ଆଉ, ତାହା ପରେ ଦ୍ୱାଦଶଙ୍କୁ ଦର୍ଶନ ଦେଲେ;
6ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ କରିଅଛନ୍ତି।
7ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତମାନଙ୍କୁ ଦର୍ଶନ ଦେଲେ;
8ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ।
9କାରଣ ଈଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।