6ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ କରିଅଛନ୍ତି।
7ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତମାନଙ୍କୁ ଦର୍ଶନ ଦେଲେ;
8ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ।
9କାରଣ ଈଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।
10କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।