1ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତୀୟ ମଣ୍ଡଳୀ-ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର।
2ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥିନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ।
3ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମ ସହରକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;