୧ କରିନ୍ଥୀୟ 16

ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,

1 Corinthians 16:10 (UKJV) Now if Timotheus come, see that he may be with you without fear: for he works the work of the Lord, as I also do.

8କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି;

9କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।

10ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,

11ଏଣୁ କେହି ତାହାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାହାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି।

12କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାହାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.