୧ କରିନ୍ଥୀୟ 16

ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।

1 Corinthians 16:13 (UKJV) Watch all of you, stand fast in the faith, quit you like men, be strong.

11ଏଣୁ କେହି ତାହାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାହାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି।

12କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାହାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ।

13ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।

14ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ।

15ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟା ଅଞ୍ଚଳର ପ୍ରଥମ ମନ-ପରିବର୍ତ୍ତନ କରିଥିବା ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.