12କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାହାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ।
13ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।
14ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ।
15ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟା ଅଞ୍ଚଳର ପ୍ରଥମ ମନ-ପରିବର୍ତ୍ତନ କରିଥିବା ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;
16ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି।