17ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି,
18ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର।
19ଏସିଆର ମଣ୍ଡଳୀ-ସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
20ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।
21ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି।