୧ କରିନ୍ଥୀୟ 16

ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ।

1 Corinthians 16:4 (UKJV) And if it be meet that I go also, they shall go with me.

2ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥିନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ।

3ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମ ସହରକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;

4ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ।

5କିନ୍ତୁ ମୁଁ ମାକିଦନିଆ ଅଞ୍ଚଳ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,

6ଆଉ, ହୋଇପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ବା ଶୀତକାଳ ମଧ୍ୟ ଯାପନ କରିବି, ଯେତେବେଳେ ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.