୧ କରିନ୍ଥୀୟ 2

କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।

1 Corinthians 2:14 (UKJV) But the natural man receives not the things of the Spirit of God: for they are foolishness unto him: neither can he know them, because they are spiritually discerned.

12ଯେପରି ଈଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ବରଙ୍କ ଆତ୍ମା ପାଇଅଛୁ।

13ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ।

14କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।

15ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତାହାର ବିଚାର କରେ ନାହିଁ।

16ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “କାରଣ, କିଏ ପ୍ରଭୁଙ୍କ ମନ ଜାଣିଅଛି ଯେ, ସେ ତାହାଙ୍କୁ ଶିକ୍ଷା ଦେଇ ପାରେ?” କିନ୍ତୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମନ ପାଇଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.