୧ କରିନ୍ଥୀୟ 2

କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”

1 Corinthians 2:9 (UKJV) But as it is written, Eye has not seen, nor ear heard, neither have entered into the heart of man, the things which God has prepared for them that love him.

7ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ବରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ବର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ।

8ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାନ୍ତି, କାରଣ ଯଦି ସେମାନେ ଈଶ୍ବରଙ୍କ ଜ୍ଞାନକୁ ଜାଣିଥାଆନ୍ତେ, ତେବେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;

9କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”

10କିନ୍ତୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ପବିତ୍ର ଆତ୍ମାଙ୍କ ଦ୍ୱାରା ସେ ସମସ୍ତ ପ୍ରକାଶ କରିଅଛନ୍ତି ଯେଣୁ ସେହି ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ବରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି।

11କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ବରଙ୍କ ବିଷୟସବୁ ଈଶ୍ବରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.